ତିକ୍ତତାରେ ପଡ଼ିପାରେ ପୂର୍ଣ୍ଣଚ୍ଛେଦ: ମୋଦିଙ୍କ ନିକଟକୁ ଆମ୍ବ ପଠାଇଲେ ଦିଦି

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ବାକ୍ ଯୁଦ୍ଧ ଜାରି ରହିଛି।ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମ୍ୱ ପଠାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ।
ମମତା ବାନାର୍ଜୀ ହିମସାଗର, ମାଲଦା ଏବଂ ଲକ୍ଷ୍ମଣବାଗ ଆଦି ବିଭିନ୍ନ ପ୍ରକାରର ଆମ୍ବ ମୋଦିଙ୍କ ନିକଟକୁ ପଠାଇଛନ୍ତି। ତେବେ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଆମ୍ବ ପଠାଇ ଚାଲିଥିବା ରାଜନୀତିକ ତିକ୍ତତାରେ ଫୁଲଷ୍ଟପ ପକାଇବାକୁ ଚେଷ୍ଟା କରିଛନ୍ତି ବୋଲି କୁହାଯାଉଛି।
ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଏହି ଆମ୍ବ ଡାଲା ମଧ୍ୟ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ, କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ନିକଟକୁ ପଠାଇଛନ୍ତି।