ଏମ୍ସରେ ଭର୍ତ୍ତି ହେଲେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ
![](https://www.odishalink.com/wp-content/uploads/2021/07/3.jpg)
ଭୁବନେଶ୍ୱର: ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ କରୋନାରେ ଆକ୍ରାନ୍ତ ହେବାପରେ ଆଜି ତାଙ୍କୁ ସକାଳ ପ୍ରାୟ ସାଢ଼େ ୧୦ଟା ବେଳେ ଭୁବନେଶ୍ୱର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଛି।
ଏମ୍ସ ଅଧୀକ୍ଷକ ଡାକ୍ତର ସଚ୍ଚିଦାନନ୍ଦ ମହାନ୍ତି କହିଛନ୍ତି ଯେ, ତାଙ୍କୁ ଏକ ପ୍ରାଇଭେଟ୍ କ୍ୟାବିନ୍ରେ ରଖାଯାଇଛି। ବର୍ତ୍ତମାନ ତାଙ୍କର ଅବସ୍ଥା ଭଲ ଅଛି। ତାଙ୍କର ସମସ୍ତ ପ୍ରକାର ଟେଷ୍ଟ କରାଯିବ। ଏହା ସହିତ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ତାଙ୍କର ଚିକିତ୍ସା କରାଯିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ବିଷ୍ଣୁ ଚରଣ ସେଠୀ ୨୦୧୯ରେ ବିଜେପି ଟିକେଟ୍ରେ ଭଦ୍ରକ ଜିଲ୍ଲାର ଧାମନଗର ଆସନରୁ ବିଜୟୀ ହୋଇ ବିଧାନସଭାକୁ ଆସିଛନ୍ତି। ୨୦୦୯ ଓ ୨୦୧୪ରେ ମଧ୍ୟ ସେ ଏହି ଆସନରୁ ବିଜେପିର ପ୍ରାର୍ଥୀ ହୋଇଥିଲେ। ତେବେ ହାରିଯାଇଥିଲେ। ୨୦୦୦ ମସିହାରେ ସେ ବିଜେପି ଟିକେଟ୍ରେ ଚାନ୍ଦବାଲି ବିଧାନସଭା ଆସନରୁ ବିଜୟୀ ହୋଇଥିଲେ।