ଥମୁନି ମୃତ୍ୟୁସଂଖ୍ୟା: ଆଉ ୫୭ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନାହିଁ। ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ଜଣ ରହିଥିବା ବେଳେ ବରଗଡ଼, ଗଞ୍ଜାମ, ନୟାଗଡ଼, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି। ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି। ସେହିପରି ବାଲେଶ୍ୱର, କଟକ, ଦେବଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୩୨୩୩୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୭୫୮୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୦୦୨୮୨ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୧୫ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।