ପ୍ରବଳ ବର୍ଷା ଆଶଙ୍କା, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ
![](https://www.odishalink.com/wp-content/uploads/2020/08/Heavy-Rainfall-1.jpg)
ଭୁବନେଶ୍ୱର: ଗତକାଲି କାଲିର ପ୍ରବଳ ବର୍ଷା ପରେ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିଛି। ଆଜି ମଧ୍ୟ ଅନେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ସମ୍ବଲପୁର, ଦେବଗଡ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି।
IMD ସୂଚନା ଅନୁଯାୟୀ, ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୩ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ଫଳରେ୨୨ରୁ ୨୫ ପର୍ଯ୍ୟନ୍ତ ପଶ୍ଚିମବଙ୍ଗ, ଓଡ଼ିଶା ଓ ଝାଡଖଣ୍ଡରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।