କମିଲା ସଂକ୍ରମଣ ହାର: ୨୪ ଘଣ୍ଟାରେ ୮୮୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ୮୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୫୧୨ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୩୭୪ ଜଣ ଲୋକାଲ୍ କେସ୍ ରହିଛନ୍ତି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୨ଜଣ, ବାଲେଶ୍ୱର ଜିଲ୍ଲାରୁ ୬୨ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୩୧ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୮୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୫୪ଜଣ, ଯାଜପୁର ଜିଲ୍ଲାରୁ ୬୦ଜଣ ରହିଛନ୍ତି।
ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୩ଜଣ, କୋରାପୁଟ ଜିଲ୍ଲାରୁ ୭ଜଣ, ମାଲକାନଗିରି ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ପୁରୀ ଜିଲ୍ଲାରୁ ୫୩ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍ରୁ ୫୧ଜଣ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୭୯୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୪୮୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୬୯୯୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୬୬୨୬୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି।