ଥମୁନି ମୃତ୍ୟୁସଂଖ୍ୟା: କରୋନା ନେଲା ଆଉ ୬୪ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ ରହିଛନ୍ତି। କଟକ, ଯାଜପୁର, ମୟୁରଭଞ୍ଜ, ନୟାଗଡ଼, ପୁରୀ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା ୨ଜଣ ଲେଖାଏଁ ରହିଛନ୍ତି। ବଲାଙ୍ଗୀର, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର , ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୮୯୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୯୮୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୭୧୩୯୧ ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୬୫୬୫ ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।