କରୋନା ନେଲା ଆଉ ୬୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୫୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରେ ସମ୍ବଲପୁର ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୮ଜଣ, ଅନୁଗୁଳ ଜିଲ୍ଲାରୁ ୭ଜଣ। ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଭଦ୍ରକ, ଜଗତସିଂହପୁର, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଁଏ ରହିଛନ୍ତି । ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, ଦେଓଗଡ଼, ଯାଜପୁର, ଝାରସୁଗୁଡ଼ା, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୫୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୧୮୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୭୮୨୪୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୦୮୮୫୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି।