କରୋନା: ୧୦୪୧ ନୂଆ ପଜିଟିଭ ଚିହ୍ନଟ, ୧୨୮ ପିଲା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୦୫ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୪୩୬ ଜଣ ଲୋକାଲ୍ କେସ୍ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୮ଜଣ ପଜିଟିଭ ରହିଛନ୍ତି।
ଖୋର୍ଦ୍ଧାରୁ ସର୍ବାଧିକ ୩୯୮, ଅନୁଗୁଳରୁ ୨୯ ଜଣ, ବାଲେଶ୍ୱରରୁ ୨୨ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୧୫ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୧୭୬ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୪୩ ଜଣ, ଯାଜପୁରରୁ ୫୬ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୪ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩୭ ଜଣ, କେଉଁଝରରୁ ୧୨ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୩୬ ଜଣ, ନୟାଗଡ଼ରୁ ୧୩ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୩୪ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ ପୁଲରୁ ୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୮ହଜାର ୧୮୭କୁ ବୃଦ୍ଧି ହୋଇଛି। ଏମାନଙ୍କ ମଧ୍ୟରୁ ୯ଲକ୍ଷ ୮୧ ହଜାର ୩୧୬ଜଣ ସୁସ୍ଥ ହୋଇଥିବା ବେଳେ ଏବେ ୯ହଜାର ୬୬୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ସେହିପରି ୨୪ ଘଂଟା ଭିତରେ ୬୬ହଜାର ୨୮୧ ଟି ନମୁନା ପରୀକ୍ଷା ହୋଇଛି। ପଜିଟିଭ ହାର ରହିଛି ୧ ଦଶମିକ ୫୭ ପ୍ରତିଶତ।