କାଲିଠୁ ୩ ଦିନ ଯାଏଁ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା କାଲିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା। ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ସାମାନ୍ୟ ବର୍ଷା ହେବାକୁ ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛିା ୯ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି। ଆସନ୍ତା ୨୬ ଓ ୨୭ରେ ବି ଆଭ୍ୟନ୍ତରୀଣ ଓ ଉପକୂଳ ଜିଲ୍ଲାର ଏକାଧିକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର୍. ବିଶ୍ୱାସଙ୍କ କହିବାନୁଯାୟୀ, ଆସନ୍ତା ୨୫,୨୬, ୨୭ କିଛି ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି, ବିଜୁଳି ମାରିବାର ସମ୍ଭାବନା ରହିଛି। ଏହାବାଦ କିଛି ସ୍ଥାନରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।