ରାଜ୍ୟରେ କରୋନା ନେଲା ଆଉ ୬୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା ଥମୁନି। ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୨୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଓ ବରଗଡ଼ ଜିଲ୍ଲାରୁ ୮ଜଣ ଲେଖାଏଁ ରହିଛନ୍ତି । ଯାଜପୁର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ ରହିଛନ୍ତି । ସୁନ୍ଦରଗଡ଼, କଳାହାଣ୍ଡି, ଝାରସୁଗୁଡ଼ା, ଢେଙ୍କାନାଳ, ଦେବଗଡ଼, ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ରାୟଗଡ଼ା, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୪୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୨୮୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୮୮୦୯୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୭୩୭୯୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି।