ଚିନ୍ତା ବଢ଼ାଉଛି ୧୮ ବର୍ଷରୁ କମ୍ ବୟସର ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ। ବିଗତ ଦିନ ଅପେକ୍ଷା ଏବେ ରାଜ୍ୟରେ କରୋନା ସଂକ୍ରମଣ ହାର ଧିରେ ଧିରେ କମିବାରେ ଲାଗିଛି। ଏସବୁ ମଧ୍ୟରେ ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୮୧୬ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୭୫ କ୍ବାରାଣ୍ଟିନରୁ ହୋଇଥିବା ବେଳେ ୩୪୧ ଜଣ ଲୋକାଲ୍ କେସ୍ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
4. Bhadrak: 9
5. Balangir: 3
6. Cuttack: 116
7. Deogarh: 13
8. Dhenkanal: 19
9. Ganjam: 9
10. Jagatsinghpur: 34
11. Jajpur: 31
12. Jharsuguda: 1
13. Kalahandi: 4
14. Kandhamal: 3
15. Kendrapada: 29
16. Keonjhar: 16
17. Khurda: 291
18. Koraput: 5
19. Malkangiri: 4— I & PR Department, Odisha (@IPR_Odisha) August 27, 2021
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୪୬ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀରରୁ ୩, କଟକ ଜିଲ୍ଲାରୁ ୧୧୬ଜଣ, ଦେବଗଡ଼ ଜିଲ୍ଲାରୁ ୧୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୯ ଜଣ, ଗଞ୍ଜାମ ଜିଲ୍ଲାରୁ ୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୪ ଜଣ, ଯାଜପୁର ଜିଲ୍ଲାରୁ ୩୧ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯୧ ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୪ ଜଣ, ନୟୁରଭଞ୍ଜ ଜିଲ୍ଲାରୁ ୨୭ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୦ ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୮ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ ଜଣ, ଷ୍ଟେଟ ପୁଲ୍ରୁ ୬୨ ଜଣ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୪ ହଜାର୮୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮ ହଜାର ୨୭୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୮୮ ହଜାର ୮୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୮,୦୭,୫୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି।