କରୋନା ନେଲା ଆଉ ୬୮ ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ। ସଂକ୍ରମଣ ତଳମୁହାଁ ହେଉଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ୨୪ ଘଣ୍ଟାରେ ୭୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭୬୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମୃତକଙ୍କୁ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୨୫ଜଣ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ଲେଖାଏଁ ଥିବାବେଳେ ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି। ସେହିପରି ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ, ନୟାଗଡ଼ ଜିଲ୍ଲାରୁ ୨ଜଣ, ବୌଦ୍ଧ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୫ ହଜାର ୬୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୯୯୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୮୯ ହଜାର ୮୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।