କରୋନା: ଦିନକରେ ୭୭୯ ପଜିଟିଭ ଚିହ୍ନଟ, କେଉଁ ଜିଲ୍ଲାରୁ କେତେ ଜାଣନ୍ତୁ..

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ। ବିଗତ ଦିନ ଅପେକ୍ଷା ଏବେ ରାଜ୍ୟରେ କରୋନା ସଂକ୍ରମଣ ହାର ଧିରେ ଧିରେ କମିବାରେ ଲାଗିଛି। ଏସବୁ ମଧ୍ୟରେ ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୭୭୯ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୫୪ କ୍ବାରାଣ୍ଟିନରୁ ହୋଇଥିବା ବେଳେ ୩୨୫ ଜଣ ଲୋକାଲ୍ କେସ୍ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
4. Bhadrak: 15
5. Balangir: 3
6. Boudh: 2
7. Cuttack: 84
8. Deogarh: 9
9. Dhenkanal: 9
10. Gajapati: 1
11. Ganjam: 8
12. Jagatsinghpur: 31
13. Jajpur: 34
14. Jharsuguda: 7
15. Kalahandi: 1
16. Kandhamal: 5
17. Kendrapada: 21
18. Keonjhar: 15
19. Khurda: 259
20. Koraput: 3— I & PR Department, Odisha (@IPR_Odisha) August 28, 2021
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୫୯ ଜଣ, ବରଗଡ଼ ଜିଲ୍ଲାରୁ ୫ ଜଣ, ଭଦ୍ରକ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀରରୁ ୩, ବଉଦରୁ ୨, କଟକ ଜିଲ୍ଲାରୁ ୮୪ ଜଣ, ଦେବଗଡ଼ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ ଜଣ, ଗଜପତିରୁ ୧, ଗଞ୍ଜାମ ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୧ ଜଣ, ଯାଜପୁର ଜିଲ୍ଲାରୁ ୩୪ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୯ ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ୬ ଜଣ, ନୟୁରଭଞ୍ଜ ଜିଲ୍ଲାରୁ ୨୭ ଜଣ, ନୟାଗଡ଼ ଜିଲ୍ଲାରୁ ୧୮ ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୩୯ ଜଣ, ରାୟଗଡ଼ା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ ଜଣ, ଷ୍ଟେଟ ପୁଲ୍ରୁ ୫୭ ଜଣ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୫ ହଜାର ୮୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୯୯୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୮୯ ହଜାର ୮୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୮,୭୮,୬୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି।