ପାରା ଅଲିମ୍ପିକ୍ସରେ ଭାରତର ଅବନୀ ଲେଖରାଙ୍କୁ ସ୍ୱର୍ଣ୍ଣ
ନୂଆଦିଲ୍ଲୀ: ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ଅବନୀ ଲେଖରା। ପାରାଲିମ୍ପିକ୍ସର ଇତିହାସରେ ଭାରତ ପ୍ରଥମଥର ପାଇଁ ସୁଟିଂରେ ସ୍ୱର୍ଣ୍ଣ ପଦକ ହାସଲ କରିଛି। ସୁଟିଂରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ଅବନୀ। ମହିଳା ୧୦ ମିଟର ଏୟାର ପିସ୍ତଲ ରାଇଫଲରେ ସେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି।
ପାରା ଅଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୫କୁ ବୃଦ୍ଧି ପାଇଛି। ୧୯ ବର୍ଷୀୟ ଏହି ସୁଟର ମହିଳାଙ୍କ ୧୦ ମିଟର କ୍ଲାସ ଏସଏଚ୧ରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ସେ ୨୪୯.୬ର ସ୍କୋର କରିଛନ୍ତି। ବିଶ୍ୱ ରେକର୍ଡର ସମକକ୍ଷ ହୋଇ ଅବନୀ ସ୍ୱର୍ଣ୍ଣ ପଦକ ଜିତିଛନ୍ତି।