ମୌସୁମୀ ଅଧିବେଶନ ପାଇଁ ତ୍ରୀସ୍ତରୀୟ ସୁରକ୍ଷା
ଭୁବନେଶ୍ବର: ଆସନ୍ତାକାଲି ବିଧାନସଭା ମୌସୁମୀ ଅଧିବେଶନ। ମୌସୁମୀ ଅଧିବେଶ ପାଇଁ ବିଧାନସଭା ପରିସରରେ ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏଥିପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୧୨୦ ଜଣ ଅଫିସରଙ୍କୁ ମୁତୟନ କରାଯାଇଛି। ପୋଲିସ କମିଶନର ପହଂଚି ସୁରକ୍ଷା ବ୍ୟବସ୍ଥାର ଯାଂଚ କରିଛନ୍ତି। ପୋଲିସ ଡିଜି ମଧ୍ୟ ବିଧାନସଭାରେ ପହଂଚି ସୁରକ୍ଷା ଯାଂଚ କରିଛନ୍ତି।
ଏଥର ମୌସୁମୀ ଅଧିବେଶନ ବେଶ୍ ସରଗରମ ହେବା ସମ୍ଭାବନା ରହିଛି। ଅଧିବେଶନରେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛନ୍ତି ବିରୋଧୀ। ସେହିପରି ବିରୋଧୀଙ୍କୁ ଜବାବ ଦେବା ପାଇଁ ସରକାର ମଧ୍ୟ ପ୍ରସ୍ତୁତ ହେଉଛନ୍ତି। ଅଧିବେଶନ ପୂର୍ବରୁ ଆଜି ବିଜେପି, କଂଗ୍ରେସ ଓ ବିଜେଡି ବିଧାୟକ ଦଳ ବୈଠକ ବସିବ।