୫ ଦିନ ଯାଏଁ ପ୍ରବଳ ବର୍ଷା ଆଶଙ୍କା
![](https://www.odishalink.com/wp-content/uploads/2020/09/heavy-to-very-heavy-rainfall--750x430.jpg)
ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଟକ ଓ ଖୋର୍ଦ୍ଧା ରହିଛି।
ସେହିପରି ୧୨ରୁ ୧୩ ତାରିଖ ମଧ୍ୟରେ ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ାା, ଢ଼େଙ୍କାନାଳ, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଗଞ୍ଜାମ, ବାଲେଶ୍ବର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।