ପରଲୋକରେ ସାମ୍ବାଦିକ
ଗତକାଲି ମନୋଜ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା।

ଭୁବନେଶ୍ୱର: ପରଲୋକରେ ଟେଲିଭିଜନ ସାମ୍ବାଦିକ। ଓଟିଭିର ରାୟଗଡ଼ା ଜିଲ୍ଲା ପ୍ରତିନିଧି ମନୋଜ ପାତ୍ରଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୫ବର୍ଷ ହୋଇଥିଲା। ଗତକାଲି ମନୋଜ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ମନୋଜଙ୍କ ପରଲୋକ ଘଟିଛି।
କେବଳ ରାୟଗଡ଼ା ନୁହେଁ ଓଡ଼ିଶାର ଜଣେ ଜଣାଶୁଣା ସାମ୍ବାଦିକ ଥିଲେ ମନୋଜ। ତାଙ୍କର ଅକାଳ ବିୟୋଗରେ ସାମ୍ବାଦିକ ଜଗତରେ ଶୋକର ଛାୟା ଖେଳିଯାଇଛଛି।