୨୪ ଘଣ୍ଟାରେ ୨୧୮ ପଜିଟିଭ ଚିହ୍ନଟ, ୨ ମୃତ
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୮ ଜଣ ରହିଛନ୍ତି
![](https://www.odishalink.com/wp-content/uploads/2020/04/Corona-Outbreak-in-Odisha-scaled-750x430.jpg)
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋାଇଛି। ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୯୧ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୮ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦,୫୨,୧୪୫ରେ ପହଁଞ୍ଚିଛି। ସେହିପରି ଦିନକରେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୯ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 14th December
New Positive Cases: 218
Of which 0-18 years: 28
In quarantine: 127
Local contacts: 91(Details of local contacts will be shared by concerned District)
1. Angul: 2
2. Balasore: 1
3. Bhadrak: 1
4. Cuttack: 15
5. Deogarh: 2
6. Ganjam: 5— I & PR Department, Odisha (@IPR_Odisha) December 15, 2021
ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୭ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍ରୁ ୨୮ଜଣ ରହିଛନ୍ତି। ସେହିପରି ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Details of cases confirmed as death due to Covid-19, after due completion of death audit process:
1.A 80 years old Female of Bhubaneswar who was also suffering from Acute Kidney Infection.
2.A 31 years old Male of Keonjhar District.
— H & FW Dept Odisha (@HFWOdisha) December 15, 2021
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦,୫୨,୧୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧,୯୨୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦,୪୧,୭୨୮ଜଣ ସୁସ୍ଥ ହୋଇଛନ୍ତି ।