ଦିନକରେ ୧୭୩ ପଜିଟିଭ୍ ଚିହ୍ନଟ, ଜଣେ ମୃତ

ଭୁବନେଶ୍ବର: ରାଜ୍ୟରେ ଦିନକ ମଧ୍ୟରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦,୫୨,୩୧୮ରେ ପହଞ୍ଚିଛି । ସେହିପରି ଦିନକରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ହୋଇଛି। ହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୦ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୮ ଜଣ କ୍ବାରାଣ୍ଟିନ୍ରେ ରହିଥିବା ବେଳେ ୭୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୬ ଜଣ ରହିଛନ୍ତି। ସେହିପରି ମୃତକଙ୍କ ଜଣଙ୍କ ଖୋର୍ଦ୍ଧା ଜିଲ୍ଲାର ସୂଚନା ରହିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦,୫୨,୩୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧,୯୮୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦,୪୧,୮୩୬ଜଣ ସୁସ୍ଥ ହୋଇଛନ୍ତି ।