୧୨ ବିଭାଗର ୧୭ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମୋହର
ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବାବେଳେ ସେଥିରେ ବିଭିନ୍ନ ପ୍ରସ୍ତାବକୁ ଅନୁମୋଦନ ମିଳିଛି।

ଓଏଲ୍ ବ୍ୟୁରୋ : ରାଜ୍ୟ କ୍ୟାବିନେଟରେ ୧୨ ବିଭାଗର ୧୭ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବାବେଳେ ସେଥିରେ ବିଭିନ୍ନ ପ୍ରସ୍ତାବକୁ ଅନୁମୋଦନ ମିଳିଛି।
ଓଡିଶା ପୋଷାକ ଓ ବୈଷୟିକ ବୟନଶିଳ୍ପ ନୂତନ ନିଯୁକ୍ତି ସୃଷ୍ଟି କରିବାରେ ସହାୟକ ହେବ ଯାହାକୁ କ୍ୟାବିନେଟ ଅନୁମୋଦିତ କରିଛି। ସେହିଭଳି ଓଡିଶା କାରଖାନା ଓ ବାଷ୍ପୀତ୍ର ନିରୀକ୍ଷଣ ସେବା, ନୂତନ ପର୍ଯ୍ୟଟନ ନୀତି, ଶାରୀରିକ ମାନକ ମାପ ଓ ଶାରୀରିକ ଦକ୍ଷତା, ଚାଷୀଙ୍କ ପାଇଁ ଅମଳ ପରବର୍ତ୍ତୀ ପରିଚାଳନା ଓ ଉଦ୍ୟାନ କୃଷି ଅମଳ ପରବର୍ତ୍ତୀ ବିପଣନରେ ସହାୟତା ଯୋଜନା ମାନରେ ମୋହର।
ଜୁନିଅର ଷ୍ଟେନୋଗ୍ରାଫର, ଜୁନିଅର ଟାଇପିଷ୍ଟ, ଡାଟା ଏଣ୍ଟ୍ରି ଅପରେଟର ଓ ଜୁନିଅର କ୍ଳର୍କ-କମ୍-ଟାଇପିଷ୍ଟ ପଦବୀ ପାଇଁ ମିଳିତ ନିଯୁକ୍ତି ପରୀକ୍ଷା ନିୟମାବଳୀ ପ୍ରସ୍ତାବକୁ ମଞ୍ଜୁର। ଓଡିଶାରେ ସଂଯୋଜନ କ୍ଷେତ୍ରର ବିକାଶ ପାଇଁ ଓଡିଶା ଲଜିଷ୍ଟିକ ପଲିସି, ଓଡିଶା ବେସାମରିକ ବିମାନ ଚଳାଚଳ ନୀତି, ଓଡିଶା ଅକ୍ଷୟ ଶକ୍ତି ନୀତି, ସ୍କ୍ରାପିଂ ପଲିସି, ଓଡିଶା ଖାଦ୍ୟ ପ୍ରକ୍ରିୟାକରଣ, ଶିଳ୍ପ ନୀତି, ଓଡିଶା ରପ୍ତାନୀ ପଲିସିକୁ ଅନୁମୋଦନ।
ଓଡିଶା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଆସିଥିବା ବିଶୁଦ୍ଧ ପାନୀୟ ଜଳଯୋଗାଣ ସଂକ୍ରାନ୍ତୀୟ ଦୁଇଟି ପ୍ରସ୍ତାବ କ୍ୟାବିନେଟରେ ଅନୁମୋଦନ କରାଯାଇଛି। ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୂଅର୍ଜନ ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ବଚ୍ଛତା ଆଇନ-୨୦୧୩ର ଧାରା-୨ର ଉପଧାରା-୨, ଧାରା-୧୪, ୧୯, ୨୪, ୨୫, ୪୬ ଓ ୮୭ର ସଂଶୋଧନକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି।