ମେକ୍ ଇନ୍ ଓଡିଶା କନ୍କ୍ଳେଭ୍ରେ ସୋଆର ଷ୍ଟଲ ଉଦ୍ଘାଟିତ

ଭୁବନେଶ୍ୱର : ନିବେଶକ ମହାକୁମ୍ଭ ମେକ୍ ଇନ୍ ଓଡିଶା ନଭେମ୍ବର ୩୦ ବୁଧବାର ଠାରୁ ଆରମ୍ଭ ହୋଇଛି । ଭୁବନେଶ୍ୱର ଜନତା ମଇଦାନରେ ଆରମ୍ଭ ହୋଇଥିବା ଏହି ଶିଳ୍ପ ମହାକୁମ୍ଭରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ମଧ୍ୟ ଷ୍ଟଲ ଖୋଲା ଯାଇଛି । ସୋଆର ଏହି ଷ୍ଟଲ୍ କୁ ଉଦ୍ଘାଟନ କରିଛନ୍ତି ଆଇଟି ସଚିବ ମନୋଜ ମିଶ୍ର । କୃଷି ଓ ପଶୁ ସଂପଦ, ଦନ୍ତ ଚିକିତ୍ସା ଓ ଡାକ୍ତରୀ ଚିକିତ୍ସା କ୍ଷେତ୍ରକୁ ନେଇ ଏହି ଷ୍ଟଲ ପ୍ରଦର୍ଶିତ ହୋଇଥିଲା ।
ଏଥିସହିତ ସୋଆ ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜ୍ମେଂଟ ପକ୍ଷରୁ ମଧ୍ୟ ଏକ ଖାଦ୍ୟ ଷ୍ଟଲ୍ ଖୋଲା ଯାଇଥିଲା । ଏହି ଷ୍ଟଲକୁ ଏସଟିପିଆଇର ନିର୍ଦ୍ଦେଶକ ମାନସ ପଣ୍ଡା ଉଦଘାଟନ କରିଥିଲେ । ଏହି ଫୁଡ୍ ଷ୍ଟଲରେ ଆମିଷ ଓ ନିରାମିଷ ଖାଦ୍ୟ ସହିତ ଓଡିଶାର ପାରମ୍ପାରିକ ଓଡିଆ ଖାଦ୍ୟ ମଧ୍ୟ ପରିବେଷଣ କରାଯାଇଥିଲା ।
ଏହି ଉଦ୍ଘାଟନୀ କାର୍ଯ୍ୟକ୍ରମ ଅବସରରେ ସୋଆର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ପ୍ରୋଚାନସେଲର ପ୍ରଫେସର ଅମିତ୍ ବାନାର୍ଜୀ, ପ୍ରଫେସର ରେଣୁ ଶର୍ମା, ଜଏଂଟ ରେଜିଷ୍ଟ୍ରାର ପ୍ରଫେସର ଶଶାଙ୍କ ମିଶ୍ର, ପ୍ରମେୟ ଓ ନ୍ୟୁଜ ସେଭେନର ଗ୍ରୁପ ଏଡିଟର ଗୋପାଳକୃଷ୍ଣ ମହାପାତ୍ର, ନ୍ୟୁଜ ସେଭେନର କାର୍ଯ୍ୟକାରୀ ସମ୍ପାଦକ ଦେବ ନାରାୟଣ ସେଠୀ ଓ ୟୁନିଭର୍ସିଟି ଆଉଟରିଚ ପ୍ରୋଗ୍ରାମର ନିର୍ଦ୍ଦେଶକ ପ୍ରଫେସର ନଚିକେତା ଶର୍ମା ଓ ଦିଲ୍ଲୀରେ ଅବସ୍ଥାପିତ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଓଏସଡି ପ୍ରୀତମ୍ ନାୟକ ଓ ନିର୍ଦ୍ଦେଶକ ଲଜିଷ୍ଟିକ ଦେବବ୍ରତ ଦାଶ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ ।