ମହିଳା କ୍ରିକେଟର ରାଜଶ୍ରୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଠାବ
ଗୁରୁଡ଼ିଝାଟିଆ ଥାନା ଏକ ଘଞ୍ଚ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର
ଓଏଲ୍ ବ୍ୟୁରୋ : ମହିଳା କ୍ରିକେଟର ରାଜଶ୍ରୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଠାବ କଲା ପୁଲିସ। ଗୁରୁଡ଼ିଝାଟିଆ ଥାନା ଏକ ଘଞ୍ଚ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିବା ଜଣା ପଡିଛି। ମୃତଦେହ ମହିଳା କ୍ରିକେଟର ରାଜଶ୍ରୀଙ୍କର ବୋଲି ମଙ୍ଗଳାବାଗ ପୁଲିସ ସ୍ପଷ୍ଟ କରିଛି।
ସୂଚନା ଅନୁସାରେ, ଜାନୁଆରୀ ୧୧ ତାରିଖ ସକାଳେ ମହିଳା କ୍ରିକେଟର ରାଜଶ୍ରୀ ବଜ୍ରକବାଟୀରେ ପଡ଼ିଥିବା କ୍ୟାମ୍ପ୍ରୁ ଘରକୁ ଯାଉଛନ୍ତି କହି ଫେରିନଥିବା ଜଣାପଡିଥିଲା। ପରେ ତାଙ୍କ ମୋବାଇଲ୍ ସୁଇଚ ଅଫ୍ ଥିବା ବେଳେ ପରିବାର ଲୋକଙ୍କ ନିକଟରେ ଏ ସମ୍ପର୍କରେ କୌଣସି ସୂଚନା ନଥିଲା। ଏନେଇ ଅଭିଯୋଗ ପରେ ମଙ୍ଗଳାବାଗ ଥାନା ପୁଲିସ ମୋବାଇଲ୍ର ଶେଷ ଲୋକେସନକୁ ଠାବ କରିବାକୁ ଉଦ୍ୟମ ଚଳାଇଥିଲା।
ରାଜଶ୍ରୀ ନିଖୋଜ ହୋଇଥିବା ନେଇ କଟକ ମଙ୍ଗଳାବାଗ ଥାନାରେ ଓଡ଼ିଶା କୋଚ୍ ଏତଲା ଦେଇଥିଲେ। ରାଜଶ୍ରୀ ୧୧ ତାରିଖରୁ ନିଖୋଜ ହୋଇଥିବା ନେଇ ଏତଲାରେ ସେ ଉଲ୍ଲେଖ କରିଥିଲେ। ରାଜଶ୍ରୀ ୨୫ ଜଣିଆ ମହିଳା କ୍ରିକେଟ ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇଥିଲେ।
ମହିଳା କ୍ରିକେଟର ରାଜଶ୍ରୀ କଟକ ବଜ୍ରବାଟିରେ ଥିବା ଏକ ହୋଟେଲରେ ରହି ପ୍ରଶିକ୍ଷଣ ଶିବିରରେ ଯୋଗ ଦେଉଥିଲେ। ଚୂଡ଼ାନ୍ତ ଦଳରେ ସ୍ଥାନ ନ ମିଳିବାରୁ ରାଜଶ୍ରୀ ଚାପରେ ଥିବା ତାଙ୍କ କୋଚ୍ ଏତଲାରେ ଦର୍ଶାଇଛନ୍ତି। ଅନ୍ୟପଟେ ବାଇକ ଓ ହେଲମେଟ୍ କପୁରସିଂ ଜଙ୍ଗଲରୁ ରାଜଶ୍ରୀଙ୍କ ସ୍କୁଟି ଓ ହେଲମେଟ୍ ମିଳିଛି। ଯାହାକୁ ନେଇ ସନ୍ଦେହ ବଢ଼ିଥିବାବେଳେ ବର୍ତ୍ତମାନ ଜଙ୍ଗଲରୁ ତାଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଥିବା ଜଣା ପଡିଛି।