Odisha Link
Bridging the Missing Links in Odisha

ବଜେଟ୍‌ ୨୦୨୩ : ଦିନ ୧୧ଟାରେ ପେଡ଼ି ଖୋଲିବେ ନିର୍ମଳା ସୀତାରମଣ

ବଜେଟ୍ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଏବଂ ଏଥିରେ ୨୭ଟି କାର୍ଯ୍ୟ ଦିବସ ରହିବ ବୋଲି କୁହାଯାଉଛି

ଓଏଲ୍ ବ୍ୟୁରୋ : ଆଜି ସଂସଦରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୩-୨୦୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ତେବେ ୨୦୨୩-୨୦୨୪ ଆର୍ଥିକ ବର୍ଷ ବଜେଟ ଉପରେ ସମସ୍ତଙ୍କ ନଜର ରହିଛି। ପ୍ରଥମଥର ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ସଦସ୍ୟଙ୍କୁ ଉଦବୋଧନ ଦେବା ପରେ ଆରମ୍ଭ ହୋଇଥିଲା ୨୦୨୩-୨୪ ଆର୍ଥକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍। ଅଧିବେଶନର ପ୍ରଥମ ଦିନରେ ଲୋକସଭାରେ ୨୦୨୨-୨୩ ଆର୍ଥିକ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଥିଲେ ସରକାରଙ୍କ ମୁଖ୍ୟ ଉପଦେଷ୍ଟା ଡକ୍ଟର ଭି. ଅନନ୍ତ ନାଗେଶ୍ୱରନ।

ବଜେଟ୍ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଏବଂ ଏଥିରେ ୨୭ଟି କାର୍ଯ୍ୟ ଦିବସ ରହିବ ବୋଲି କୁହାଯାଉଛି। ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ଦ୍ୱିତୀୟ ଅଧିବେଶନ ମାର୍ଚ୍ଚରେ ଆରମ୍ଭ ହୋଇ ଏପ୍ରିଲ ପ୍ରଥମ ସପ୍ତାହରେ ଶେଷ ହେବ। ଏହି ଅଧିବେଶନରେ ସରକାର ବଜେଟ ସମେତ ୩ଟି ବିଲ୍‌ ଆଣିବା ପାଇଁ ଯୋଜନା ରଖିଛନ୍ତି। ଅଧିବେଶନ ଏପ୍ରିଲ ପର୍ଯ୍ୟନ୍ତ ହେବାକୁ ଥିବା ବେଳେ ମଝିରେ ବଜେଟ ପେପର ଯାଞ୍ଚ ଲାଗି ମାସେ ସମୟ ଅବକାଶ ରହିବ। ଅଧିବେଶନର ପ୍ରଥମ ୨ ଦିନ ପ୍ରଶ୍ନକାଳ ଓ ଶୂନ୍ୟକାଳ ରହିବ ନାହିଁ। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ସରକାରଙ୍କ ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ ତେଣୁ ଏଥିଲାଗି ସରକାର କିଛି ଜନପ୍ରିୟ ଯୋଜନା ପ୍ରସ୍ତୁତି କରିଥିବା ଅନୁମାନ କରାଯାଉଛି।

1 Comment
  1. Can you be more specific about the content of your article? After reading it, I still have some doubts. Hope you can help me.

Leave A Reply

Your email address will not be published.