Odisha Link
Bridging the Missing Links in Odisha

ଆଜି ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି

ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ରାଜଭବନରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ଓଏଲ୍‌ ବ୍ୟୁରୋ : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଯାହାକୁ ନେଇ କଡା ସୁରକ୍ଷା ବ୍ୟବସ୍ଥା ପ୍ରସ୍ତୁତ କରିଛି ପୁଲିସ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ବ୍ଲୁ ବୁକ୍ ଏସଓପି ଅନୁସାରେ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ୪୦ ପ୍ଲାଟୁନ ଫୋର୍ସ ମୁତୟନ ରହିବାକୁ ଥିବାବେଳେ ରାଷ୍ଟ୍ରପତିଙ୍କ କାରକେଡ୍‌ ଦାୟିତ୍ବରେ ଏସପି ରାଙ୍କ ଅଧିକାରୀ ରହିବେ।

ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ରାଜଭବନରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩୫ ଜଣ ଏସିପି ରାଙ୍କ ଅଧିକାରୀ, ୪୭ ଇନ୍ସପେକ୍ଟର ମୁତୟନ ରହିବେ। ୧୮୮ ଏସଆଇ ଓ ଏଏସଆଇଙ୍କ ସହ ୫୦ ହୋମଗାର୍ଡ ରହିବେ ବୋଲି ସୂଚନା ମିଳିଛି।

ସୂଚନା ଅନୁସାରେ, ମହାମହିମ ରାଷ୍ଟ୍ରପତି ୧୧.୪୫ ମିନିଟରେ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବେ। ଓଡ଼ିଶା ଆସି ରମାଦେବୀ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ସେ ଯୋଗଦେବେ। ଓଡ଼ିଶା ଆସିବା ସହ ନିଜେ ପଢ଼ୁଥିବା ରମାଦେବୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ୪ଟା ୫ମିନିଟରେ ଯୋଗଦେବେ। ସମାବର୍ତ୍ତନ ଉତ୍ସବ ପାଇଁ ସଜେଇ ହୋଇଛି ରମାଦେବୀ ବିଶ୍ଵବିଦ୍ୟାଳୟ।

Leave A Reply

Your email address will not be published.