୫୦ଲକ୍ଷ ଟଙ୍କା ପାଇଁ ନାବାଳକକୁ ହତ୍ୟା, ୨ ଅଭିଯୁକ୍ତ ଗିରଫ
ଏହି ଘଟଣାର ଅଭିଯୋଗ କ୍ରମେ ମାମଲାର ତଦନ୍ତ କରି ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ଝାରସୁଗୁଡ଼ା ପୁଲିସ

ଓଏଲ୍ ବ୍ୟୁରୋ: ଟଙ୍କା ଲୋଭରେ ମଣିଷ ସାଜିଲା ନର ରାକ୍ଷସ। ୫୦ଲକ୍ଷ ଟଙ୍କା ପାଇଁ ଝାରସୁଗୁଡ଼ାରେ ଘଟିଥିବା ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣେ ନାବାଳକକୁ ଟଙ୍କା ଲୋଭରେ ଅପହରଣ କରାଯାଇଥିଲା। ନାବାଳକକୁ ପ୍ରଥମେ ଝାରସୁଗୁଡ଼ାରୁ ଅପହରଣ କରିଥିଲେ ଦୁର୍ବୁତ୍ତ। ପରେ ବରଗଡ଼ରେ ନାବାଳକଙ୍କୁ ହତ୍ୟା କରି ପୋଡ଼ିଦେଇଥିବା ସୂଚନା ମିଳିଛି।
ଖବର ଅନୁସାରେ, ଗତ ୨୭ରେ ଜଣେ ବ୍ୟବସାୟୀଙ୍କ ପୁଅକୁ ଅପହରଣ ଅଭିଯୋଗ ହୋଇଥିବା ସାମ୍ନାକୁ ଆସିଥିଲା। ୫୦ଲକ୍ଷ ପାଇଁ ନାବାଳକକୁ ଅପହରଣ କରିବା ପରେ ଦୁର୍ବୁତ୍ତ ମାନେ ନାବାଳକଙ୍କୁ ହତ୍ୟା କରିଥିଲେ। ତେବେ ଏହି ଘଟଣାର ଅଭିଯୋଗ କ୍ରମେ ମାମଲାର ତଦନ୍ତ କରି ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ଝାରସୁଗୁଡ଼ା ପୁଲିସ। ତେବେ ଏହି ଘଟଣାକୁ ନେଇ ଝାରସୁଗୁଡ଼ା ଏସପି ସୂଚନା ଦେଇଛନ୍ତି।