Odisha Link
Bridging the Missing Links in Odisha

ଝାରସୁଗୁଡା ଉପ-ନିର୍ବାଚନ: କଂଗ୍ରେସରୁ ଲଢ଼ିବେ ତରୁଣ ପାଣ୍ଡେ

ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ କଂଗ୍ରେସ ତାର ପ୍ରାର୍ଥୀ ନାଁ ଘୋଷଣା କରିଛି।

ଓଏଲ୍‌ ବ୍ୟୁରୋ: ପାଖେଇ ଆସୁଛି ନିର୍ବାଚନ ପ୍ରକ୍ରିୟା। ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି। ତେବେ ଏହାରି ମଧ୍ୟରେ ଝାରସୁଗୁଡା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ। ତେବେ ଉପ-ନିର୍ବାଚନ ପାଇଁ ବିଜୁ ଜନତା ଦଳ ନିଜର ପ୍ରାର୍ଥୀ ଘୋଷଣା କରିଥିଲା। ବିଜେପି ଏବଂ କଂଗ୍ରେସରୁ କିଏ ପ୍ରାର୍ଥୀ ହେବ ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ ଝାରସୁଗୁଡା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ତରୁଣ ପାଣ୍ଡେ କଂଗ୍ରେସରୁ ଝାରସୁଗୁଡା ଉପ-ନିର୍ବାଚନରେ ଲଢ଼ିବେ। ତରୁଣଙ୍କ ନାଁ ଘୋଷଣା କରିଛି ଏଆଇସିସି।

ଖବର ଅନୁସାରେ, ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ପରେ ତାଙ୍କ ପଦ ଖାଲି ରହିଛି। ତେବେ ଏହି ପଦବୀ ପୂରଣ ପାଇଁ ଝାରସୁଗୁଡାରେ ଉପ-ନିର୍ବାଚନ ହେବ। ଉପ-ନିର୍ବାଚନକୁ ନେଇ ଝାରସୁଗୁଡାରେ କେଉଁ ଦଳ ଉପ-ନିର୍ବାଚନରେ ବାଜିମାତ କରିବ ଦେଖିବାକୁ ବାକି ରହିଲା। ମେ’୧୦ରେ ଝାରସୁଗୁଡା ଉପ-ନିର୍ବାଚନ ହେବାକୁ ଥିବା ବେଳେ ମେ’୧୩ରେ ଫଳାଫଳ ପ୍ରକାଶ ପାଇବ। ତେବେ ଝାରସୁଗୁଡା ଉପ-ନିର୍ବାଚନ ପାଇଁ ଆସନ୍ତା ୨୦ ଏପ୍ରିଲ ନାମାଙ୍କନ ଦାଖଲର ଶେଷ ତାରିଖ ହୋଇଥିବାବେଳେ ୨୧ ଏପ୍ରିଲରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ହେଉଛି ୨୪ ଏପ୍ରିଲ।

ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ଝାରସୁଗୁଡା ଉପ-ନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥୀ ରୂପେ ଚୟନ କରିଛି ବିଜୁ ଜନତା ଦଳ। ଝାରସୁଗୁଡା ଉପ ନିର୍ବାଚନ ପାଇଁ ଆଗୁଆ ପ୍ରାର୍ଥୀ ଘୋଷଣା କରିବା ପରେ ଶାସକ ଦଳ ପର୍ଯ୍ୟବେକ୍ଷକ ମଧ୍ୟ ନିଯୁକ୍ତ କରିଥିଲା। ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ କଂଗ୍ରେସ ତାର ପ୍ରାର୍ଥୀ ନାଁ ଘୋଷଣା କରିଛି। ତେବେ ଏ ପର୍ଯ୍ୟନ୍ତ ବିଜେପି ତାର ପ୍ରାର୍ଥୀ ନାମ ଘୋଷଣା କରିନି। ଟଙ୍କଧର ତ୍ରିପାଠୀ ହୋଇପାରନ୍ତି ଝାରସୁଗୁଡ଼ା ପାଇଁ ବିଜେପି ପ୍ରାର୍ଥୀ। ବିଧାୟକ ସୁବାସ ପାଣିଗ୍ରାହୀ ଏହି ସୂଚନା ଦେଇଥିଲେ। ବିଜେପିରୁ ଟଙ୍କଧର ପ୍ରାର୍ଥୀ ହେବା ନେଇ ବିଧାୟକ ସୁବାସ ପାଣିଗ୍ରାହୀ ସୂଚନା ଦେଇ କହିଛନ୍ତି ଯେ, ଟଙ୍କଧରଙ୍କ ପ୍ରାର୍ଥିତ୍ୱ ସଂପର୍କରେ ଖୁବ୍ ଶୀଘ୍ର ଘୋଷଣା କରିବ ଭାରତୀୟ ଜନତା ପାର୍ଟି। ଟଙ୍କଧର ସେଠାରେ ସଂଗଠନ କାମ କରୁଛନ୍ତି ବୋଲି କହିଛନ୍ତି ବିଧାୟକ ସୁବାସ ପାଣିଗ୍ରାହୀ।

Leave A Reply

Your email address will not be published.