ଝାରସୁଗୁଡ଼ା ଉପ-ନିର୍ବାଚନ: ଆଜି ନାମାଙ୍କନ ଭରିବେ ନବ ଦାସଙ୍କ ଝିଅ
ବିଜେଡିର ୩ ପର୍ଯ୍ୟବେକ୍ଷକ ମଧ୍ୟ ଉପସ୍ଥିତ ରହିବେ।

ଓଏଲ୍ ବ୍ୟୁରୋ: ପାଖେଇ ଆସୁଛି ଝାରସୁଗୁଡା ଉପ-ନିର୍ବାଚନ ପ୍ରକ୍ରିୟା। ମେ’୧୦ ତାରିଖରେ ଅନୁଷ୍ଠିତ ହେବ ଝାରସୁଗୁଡ଼ା ଉପନିର୍ବାଚନ। ଏଥିପାଇଁ ଜୋରଦାର ପ୍ରସ୍ତୁତି କରୁଛନ୍ତି ତିନି ରାଜନୈତିକ ଦଳ। କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନପତ୍ର ଦାଖଲ କରିସାରିଥିବା ବେଳେ ଗତକାଲି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ନାମାଙ୍କନ ଦାଖଲ କରିଛନ୍ତି। ଆଜି ବିଜେଡି ପ୍ରାର୍ଥିନୀ ଦୀପାଳି ଦାସ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ମିଳିଛି। ବରିଷ୍ଠ ବିଜେଡି ନେତାଙ୍କ ଉପସ୍ଥିତିରେ ନବ ଦାସଙ୍କ ଝିଅ ଦୀପାଳି ଦାସ ଭରିବେ ନାମାଙ୍କନ। ବିଜେଡିର ୩ ପର୍ଯ୍ୟବେକ୍ଷକ ମଧ୍ୟ ଉପସ୍ଥିତ ରହିବେ। ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ସାରଦା ନାୟକ ଉପସ୍ଥିତ ରହିବେ।
ଖବର ଅନୁସାରେ, ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଦେହାନ୍ତ ପରେ ତାଙ୍କ ପଦ ଖାଲି ରହିଛି। ତେବେ ଏହି ପଦବୀ ପୂରଣ ପାଇଁ ଝାରସୁଗୁଡାରେ ଉପ-ନିର୍ବାଚନ ହେବ। ଉପ-ନିର୍ବାଚନକୁ ନେଇ ଝାରସୁଗୁଡାରେ କେଉଁ ଦଳ ଉପ-ନିର୍ବାଚନରେ ବାଜିମାତ କରିବ ଦେଖିବାକୁ ବାକି ରହିଲା। ମେ’୧୦ରେ ଝାରସୁଗୁଡା ଉପ-ନିର୍ବାଚନ ହେବାକୁ ଥିବା ବେଳେ ମେ’୧୩ରେ ଫଳାଫଳ ପ୍ରକାଶ ପାଇବ। ତେବେ ଉପନିର୍ବାଚନ ପାଇଁ ମଇଦାନରେ ଯୁବ ନେତାଙ୍କୁ ଦେଖିବାକୁ ମିଳିବ।