କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେଲା ସ୍କିଲ କନକ୍ଲେଭ-୨୦୨୩, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
୧ ଲକ୍ଷ ଯୁବପିଢ଼ିଙ୍କୁ ଟ୍ରେନିଂ ପାଇଁ ବଜେଟରେ ୧୦୦ କୋଟିର ବ୍ୟବସ୍ଥା କରାଯାଇଛି

ଓଏଲ୍ ବ୍ୟୁରୋ: ଆଜିଠାରୁ ରାଜଧାନୀ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ସ୍କିଲ ଡେଭଲପମେଣ୍ଟ କନକ୍ଲେଭ ୨୦୨୩। ଆଜିଠାରୁ ଆରମ୍ଭ ହୋଇ ୨୨ ତାରିଖ ଯାଏଁ ଚାଲିବ ଏହି କନକ୍ଲେଭ। ଏହି ସ୍କିଲ କନକ୍ଲେଭକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମେକ୍ ଇନ୍ ଓଡ଼ିଶାର ପାର୍ଟ-୨ ହେଉଛି ଏହି ବିଶ୍ବସ୍ତରୀୟ ଦକ୍ଷତା ଉତ୍ସବ। ଏଥିରେ ବି ଏସଏଚଜି ମହିଳା ମଧ୍ୟ ସାମିଲ ହୋଇଛନ୍ତି। ବିଶ୍ୱସ୍ତରରେ ରେକର୍ଡ କରିଥିବା ଓଡ଼ିଆ ପିଲାଙ୍କ ସାମର୍ଥ୍ୟର ସୋ-କେସିଂ ପାଇଁ ଏଭଳି ସ୍କିଲ୍ କନକ୍ଲେଭର ଆୟୋଜନ କରାଯାଇଛି।
କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଥିବା ସ୍କିଲ ଡେଭଲପମେଣ୍ଟ କନକ୍ଲେଭରେ ୭ଟି ସେସନ ରହିବ। ଏଥିରେ ବିଭିନ୍ନ ପଲିଟେକନିକ୍, ବୈଷୟିକ ଶିକ୍ଷାନୁଷ୍ଠାନ, ଇଞ୍ଜିନିୟରିଂ କଲେଜର ପ୍ରାୟ ୩ ହଜାର ଶିକ୍ଷାର୍ଥୀ ଓ ଶିଳ୍ପପତି ଅଂଶଗ୍ରହଣ କରିଛନ୍ତି। ଏହି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ ଦେଇଛନ୍ତି। ୧ ଲକ୍ଷ ଯୁବପିଢ଼ିଙ୍କୁ ଟ୍ରେନିଂ ପାଇଁ ବଜେଟରେ ୧୦୦ କୋଟିର ବ୍ୟବସ୍ଥା କରାଯାଇଛି। ତେବେ ଏହି କନକ୍ଲେଭ ଯୁବପିଢିଙ୍କୁ ପ୍ରୋତ୍ସାହନ ଦେବ।