ସହିଦ ଓଡ଼ିଆ ଯବାନଙ୍କ ପରିବାରକୁ ୨୫ ଲକ୍ଷର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ସେମାନଙ୍କୁ ଧୈର୍ଯ୍ୟ ଓ ସାହସ ଦିଅନ୍ତୁ
![](https://www.odishalink.com/wp-content/uploads/2023/04/WhatsApp-Image-2023-04-21-at-08.57.45-750x430.jpeg)
ଓଏଲ୍ ବ୍ୟୁରୋ: ଜମ୍ମୁ କାଶ୍ମୀର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ଘଟିଥିବା ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଥିଲା। ଯେଉଁଥିରେ ୫ଜଣ ଯବାନ ସହିଦ ହୋଇଥିଲେ। ସହିଦଙ୍କ ମଧ୍ୟରେ ଜଣେ ପୁରୀର ଓଡ଼ିଆ ଯବାନ ଥିଲେ। ସହିଦ ଓଡ଼ିଆ ଯବାନ ଦେବାଶିଷ ବିଶ୍ବାଳଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ସେମାନଙ୍କୁ ଧୈର୍ଯ୍ୟ ଓ ସାହସ ଦିଅନ୍ତୁ ବୋଲି ସେ ପ୍ରାର୍ଥନା କରିଛନ୍ତି।
ଖବର ଅନୁସାରେ, ଜନ୍ମମାଟି ଅଭିମୁଖେ ସହିଦ ବୀର ଓଡ଼ିଆ ଯବାନ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର। ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଖଣ୍ଡାୟତସାହିକୁ ନିଆଯାଉଛି ପାର୍ଥିବ ଶରୀର। ପ୍ରଶାସନ ପକ୍ଷରୁ ସହିଦ ଦେବାଶିଷଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି। ଗାଁ ଶ୍ମଶାନରେ ଦେବାଶିଷଙ୍କ ସମ୍ପର୍ଣ୍ଣ ହେବ ଶେଷକୃତ୍ୟ। ସକାଳୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିଥିଲା ସହିଦ ବୀର ଓଡ଼ିଆ ଯବାନ ଦେବାଶିଷ ବିଶ୍ୱାଳଙ୍କ ପାର୍ଥିବ ଶରୀର। ବିମାନ ବନ୍ଦରରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦିଅଯାଇଥିଲା। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପହଞ୍ଚି ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ।
ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ରାଜ୍ୟ ସରକାରଙ୍କ ମନ୍ତ୍ରୀ ତୁଷାରକାନ୍ତି ବେହେରା, ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ମେୟର ସୁଲୋଚନା ଦାସ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ସେହିପରି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଜେପି ରାଷ୍ଟୀୟ ସମ୍ବିତ ପାତ୍ର ପ୍ରମୁଖ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ସହିଦ ଦେବାଶିଷଙ୍କ ପତ୍ନୀ ଓ ପରିବାର ଲୋକ ମଧ୍ୟ ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନ ବନ୍ଦରରେ ସହିଦଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ଏହା ପରେ ପାର୍ଥିବ ଶରୀରକୁ ଜନ୍ମମାଟିକୁ ନିଆଯାଇଛି। ସହିଦ ଯବାନଙ୍କ ପାଇଁ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି।