ଦେଶରେ ଉପରମୁହାଁ କରୋନା ଗ୍ରାଫ୍, ଦିନକରେ ୧୨ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ
ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୭,୫୫୬କୁ ବୃଦ୍ଧି ପାଇଛି।
![](https://www.odishalink.com/wp-content/uploads/2021/04/coronavirus-750x430.jpg)
ଓଏଲ୍ ବ୍ୟୁରୋ: କରୋନା ଭୂତାଣୁକୁ ନେଇ ବଢ଼ିଲା ଦେଶବାସୀଙ୍କ ଚିନ୍ତା। ପୁଣି କାୟା ବିସ୍ତାର କଲାଣି କରୋନା ମହାମାରୀ। ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣର ଗ୍ରାଫ୍ ଉପରକୁ ବଢିବାରେ ଲାଗିଛି। ଦେଶରେ ଦିନକରେ ୧୨,୧୯୩ ପଜିଟିଭ ଚିହ୍ନଟ ହୋଇଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୭,୫୫୬କୁ ବୃଦ୍ଧି ପାଇଛି। ଦେଶରେ ଗତକାଲି କରୋନା ସଂକ୍ରମଣରେ ୨୮ ଜଣଙ୍କର ମୃତ୍ୟୁ ହୋଇଛି।
ସୂଚନା ଅନୁସାରେ, ମହାମାରୀକୁ ନଜରରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ବୈଠକ କରିଥିଲେ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ସମସ୍ତ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ କହିଥିଲେ ଯେ, କରୋନାରୁ ବର୍ତ୍ତିବା ପାଇଁ ସମସ୍ତଙ୍କୁ ସତର୍କ ରହିବାକୁ ପଡିବ ଓ ଅନାବଶ୍ୟକ ଭୟରୁ ମଧ୍ୟ ଦୂରେଇ ରହିବାକୁ ପଡିବ। କରୋନା ସଂକ୍ରମଣ ବୃଦ୍ଧି ପରେ କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି। ତେବେ ଗତ କିଛି ଦିନରେ ୮୧ ପ୍ରତିଶତରୁ ଅଧିକ ନୂତନ ସଂକ୍ରମଣ ଚିହ୍ନଟ କରାଯାଇଛି। ବଢୁଥିବା ସଂକ୍ରମଣକୁ ନଜରରେ ରଖି ଦେଶବାସୀଙ୍କ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।