ପ୍ରଚାରରେ କମ୍ପୁଛି ଝାରସୁଗୁଡା, ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ
ଉପନିର୍ବାଚନ ପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ସମେତ ୧୪ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି।

ଓଏଲ୍ ବ୍ୟୁରୋ: ଝାରସୁଗୁଡା ଉପ-ନିର୍ବାଚନ ପାଇଁ ପ୍ରଚାରରେ କମ୍ପୁଛି ନିର୍ବାଚନ ମଣ୍ଡଳୀ। ପାଖେଇ ଆସୁଛି ଝାରସୁଗୁଡା ଉପ-ନିର୍ବାଚନ। ଆରମ୍ଭ ହୋଇଛି ରାଜ୍ୟ ରାଜନୀତିରେ ଉଷ୍ମତା। ନିର୍ବାଚନକୁ ନଜରରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ରଣନୀତି ପ୍ରସ୍ତୁତ କରିବାରେ ଲାଗିଛନ୍ତି। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ। ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ। ଉପନିର୍ବାଚନ ପାଇଁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି, ବିଜେପି ଓ କଂଗ୍ରେସ ସମେତ ୧୪ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଶେଷ ହୋଇଛି ପ୍ରାର୍ଥୀ ପତ୍ର ଯାଞ୍ଚ ହେବ। ପ୍ରାର୍ଥୀପତ୍ର ଯାଞ୍ଚ ପରେ ଯୋଗ୍ୟ ପ୍ରାର୍ଥୀ ଚାହିଁଲେ ଆଜି ନାମାଙ୍କନ ପ୍ରତ୍ୟାହାର କରିପାରିବେ ବୋଲି ସୂଚନା ରହିଛି।
ସୂଚନା ଅନୁସାରେ, ଆସନ୍ତା ମେ’୧୦ରେ ଝାରସୁଗୁଡା ଉପ-ନିର୍ବାଚନ ପାଇଁ ଭୋଟ ଗ୍ରହଣ ଥିବାବେଳେ ମେ’ ୧୩ରେ ଭୋଟ ଗଣତି। ପ୍ରମୁଖ ଦଳର ନେତା ଭାବେ ବିଜେପିରୁ ଟଙ୍କଧର ତ୍ରିପାଠୀ, ବିଜେଡିରୁ ନବ ଦାସଙ୍କ ଝିଅ ଦୀପାଳି ଦାସ ଏବଂ କଂଗ୍ରେସରୁ ତରୁଣ ପାଣ୍ଡେ ପ୍ରାର୍ଥୀ ଭାବେ ଝାରସୁଗୁଡା ଉପ-ନିର୍ବାଚନରେ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ତେବେ ଉପ-ନିର୍ବାଚନକୁ ନଜରରେ ରଖି ଝାରସୁଗୁଡ଼ାର ବିଭିନ୍ନ ଦଳର ନେତାଙ୍କ ସୁଅ ଛୁଟିଛି।