ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ନେଇପାରେ ଅବପାତର ରୂପ
୯ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋସାଗରରେ ଅବପାତ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ପରେ ଏହା ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ।
ଓଏଲ୍ ବ୍ୟୁରୋ: ବଦଳୁଛି ପାଗ ଆଉ ମନରେ ଛନକା ଆରମ୍ଭ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆଜି ଲଘୁଚାପର ରୂପ ନେଇପାରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ତେବେ ଏହି ଲଘୁଚାପ ନେଇପାରେ ଅବପାତର ରୂପ। ଏହାପରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି।
ଅନ୍ୟପଟେ, ବାତ୍ୟା ଆଶଙ୍କାକୁ ନେଇ ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍ କମିସନର ଚିଠି ଲେଖିଥିଲେ। ୯ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋସାଗରରେ ଅବପାତ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ପରେ ଏହା ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ। ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଏହାର ତୀବ୍ରତା ଓ ଗତିପଥ ସ୍ପଷ୍ଟ ହେବ ବୋଲି ସୂଚନା ରହିଛି।
ଅବପାତ ବାତ୍ୟାର ରୂପ ନେବା ପରେ ଉତ୍ତର ଦିଗରେ ଗତି କରିବ ବୋଲି ସମ୍ଭାବନା ରହିଛି। ଉତ୍ତର ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗର ଯିବ। ଲଘୁଚାପ ପରେ ସ୍ପଷ୍ଟ ହେବ ବାତ୍ୟାର ଗତିପଥ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।ଆଇଏମଡିର ପୂର୍ବାନୁମାନ ଖରା ଦିନିଆ ବାତ୍ୟାକୁ ନେଇ ଛନକା ପଶିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତ ରୂପ ନେଇପାରେ। ତେବେ ଏହାର ପ୍ରଭାବ ଓଡିଶା ଉପରେ ପଡିବ କି ନାହିଁ ସ୍ପଷ୍ଟ ସୂଚନା ମିଳିନାହିଁ।