କାଲିଠୁ ୩ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲି ଅନୁଷ୍ଠିତ ହେବ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ। ଅନ୍ୟପଟେ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେହିପରି ୧୩ ତାରିଖରେ ଭୁବନେଶ୍ବର ଫେରିବାର କାର୍ଯ୍ୟକ୍ରମ ରହିଛି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ଶ୍ରୀ ପଟ୍ଟନାୟକ ଆସନ୍ତାକାଲି ସନ୍ଧ୍ୟା ୬ଟାରେ ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଗସ୍ତ କରିବେ। ୧୧ ଓ ୧୨ତାରିଖ ଦୁଇଦିନ ଧରି ଦିଲ୍ଲୀରେ ରହିବେ। ଏହି ରହଣୀ ମଧ୍ୟରେ କେନ୍ଦ୍ର ସରକାରରେ ପଡ଼ିରହିଥିବା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।
ମୁଖ୍ୟମନ୍ତ୍ରୀ ଏହି ଗସ୍ତ କାଳରେ କୌଣସି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ନଥିବା ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୧୩ ତାରିଖ ସକାଳ ୧୦ଟାରେ ଦିଲ୍ଲୀରୁ ଭୁବନେଶ୍ୱର ଅଭିମୁଖେ ଗସ୍ତ କରିବେ ବୋଲି ସୂଚନା ମିଳିଛି।