Odisha Link
Bridging the Missing Links in Odisha

ଜୁଲାଇ ୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ମେ’ ୨୬ରୁ ଜୁନ୍ ୧ ପର୍ଯ୍ୟନ୍ତ ସପ୍ଲିମେଣ୍ଟାରୀ ପାଇଁ ଫର୍ମ ଫିଲ୍‌ଅପ୍।

ଓଏଲ୍‌ ବ୍ୟୁରୋ: ଗତ ମେ’ ୧୮ ପ୍ରକାଶ ପାଇଥିଲା ମାଟ୍ରିକ୍ ରେଜଲ୍ଟ। ଚଳିତ ବର୍ଷ ପାସ୍ ହାର ୯୬ ପ୍ରତିଶତରୁ ଅଧିକ। ପୁଣି ପାସ୍ ହାରରେ ଆଗରେ ରହିଲେ ଛାତ୍ରୀ। ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଚଳିତବର୍ଷ ଅଧିକ। ତେବେ ମୋଟ୍ ୫ଲକ୍ଷ ୧୬ ହଜାର ୪୨୬ ଜଣ ପିଲା ପାସ୍ କରିଛନ୍ତି। ତେବେ ପୂର୍ବ ଭଳି ଗୋଟେ ପେପରରେ ଫେଲ ହୋଇଥିବା ଛାତ୍ରଛାତ୍ରୀ ଚଳିତ ବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇପାରିବେ। ପୂର୍ବ ବର୍ଷ ହୋଇନଥିଲା ସପ୍ଲିମେଣ୍ଟାରୀ ପରୀକ୍ଷା। ମେ’ ୨୬ରୁ ଜୁନ୍ ୧ ପର୍ଯ୍ୟନ୍ତ ସପ୍ଲିମେଣ୍ଟାରୀ ପାଇଁ ଫର୍ମ ଫିଲ୍‌ଅପ୍। ଜୁଲାଇ ୩ ତାରିଖରୁ ଆରମ୍ଭ ହେବ ସପ୍ଲିମେଣ୍ଟାରୀ ପରୀକ୍ଷା। ଜୁଲାଇ ୩ରୁ ଆରମ୍ଭ ହୋଇ ଜୁଲାଇ ୮ ପର୍ଯ୍ୟନ୍ତ ଚାଲିବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା।

ଅନ୍ୟପଟେ, ମାଟ୍ରିକ ପରୀକ୍ଷାକୁ ନେଇ ଆଉ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା। ଏନେଇ ବୋର୍ଡ ପକ୍ଷରୁ ଘୋଷଣା କରାଯାଇଥିବାବେଳେ ପ୍ରେସମିଟରେ ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ପୂର୍ବରୁ ହେଉଥିବା ୨ଟି ସମ୍ମେଟିଭ ପରୀକ୍ଷା ବର୍ତମାନ ଆଉ ହେବନାହିଁ ବୋଲି ବୋର୍ଡ ପକ୍ଷରୁ ଘୋଷଣା ହୋଇଛି। କରୋନା ମହାମାରୀ ପାଇଁ ଏହି ସମ୍ମେଟିଭ ବ୍ୟବସ୍ତା କରାଯାଇଥିଲା, ଯାହା ବର୍ତ୍ତମାନ ଆଉ ହେବ ନାହିଁ। ଏବେ କେବଳ ଦଶମରେ ବାର୍ଷିକ ପରୀକ୍ଷା ହିଁ ହେବ। ପୂର୍ବରୁ ହେଉଥିବା ଇଣ୍ଟରନାଲ୍ ଆସେସମେଣ୍ଟ ପରୀକ୍ଷା ଚାଲୁ ରହିବ। ଇଣ୍ଟରନାଲ ଆସେସମେଣ୍ଟ ପରୀକ୍ଷା ୪ଟି କ୍ୱାର୍ଟରରେ ହେବ। ନବମ ପାଇଁ ବାର୍ଷିକ ପରୀକ୍ଷା ହେବ, ବୋର୍ଡ ପ୍ରଶ୍ନପତ୍ର ଯୋଗାଇବ।

Leave A Reply

Your email address will not be published.