ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ, ଅତନୁଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ
ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ।

ଓଏଲ୍ ବ୍ୟୁରୋ: ରାଜ୍ୟ ସରକାରଙ୍କ ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ। ଦୁର୍ବଳ ପ୍ରଦର୍ଶନ ହେତୁ ମନ୍ତ୍ରିମଣ୍ଡଳରୁ ତାଙ୍କୁ ବାଦ୍ ଦିଆଯାଇଥିବା କୁହାଯାଉଛି। ତାଙ୍କ ସ୍ଥାନରେ ଅତିରିକ୍ତ ଦାୟିତ୍ୱ ନେଲେ ଅତନୁ ସବ୍ୟସାଚୀ। ସମବାୟ ବିଭାଗ ସହ ଉଚ୍ଚଶିକ୍ଷା ବିଭାଗର ଦାୟିତ୍ୱ ତୁଲାଇବେ ଅତନୁ। ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁପାରିସ।
ମୁଖ୍ୟମନ୍ତ୍ରୀ କରିଥିଲେ ବାର୍ଷିକ ବିଭାଗୀୟ ସମୀକ୍ଷା। ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା ବିଭାଗର ଦୁର୍ବଳ ପ୍ରଦର୍ଶନ। ଏଥିପାଇଁ ରୋହିତ ପୂଜାରୀଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ। ନୈରାଶ୍ୟଜନକ ପ୍ରଦର୍ଶନ ଯୋଗୁ ମନ୍ତ୍ରିମଣ୍ଡଳରୁ ବାଦ ଦେବାକୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ।