ଧାଡ଼ି ପହଣ୍ଡିରେ ତିନି ଠାକୁର
![](https://www.odishalink.com/wp-content/uploads/2023/06/IMG-20230620-WA0005-750x430.jpg)
ଓଏଲ୍ ବ୍ୟୁରୋ: ଆରମ୍ଭ ହେଲା ଶ୍ରୀଜିଉଙ୍କ ପହଣ୍ଡି ବିଜେ ନୀତି। ପ୍ରଥମେ ଆରମ୍ଭ ହୋଇଛି ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି। ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନା ହେଲେ ସୁଦର୍ଶନ ଠାକୁର। ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି।
ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଛି। ଏହା ପରେ ଶ୍ରୀବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ଘଣ୍ଟ ଓ ଶଙ୍ଖର ଶବ୍ଦରେ ଶ୍ରୀମନ୍ଦିର ପରିସର ଏକ ଭକ୍ତିମୟ ପରିବେଶ ସୃଷ୍ଟି କରିଛି। ଶ୍ରୀସୁଦର୍ଶନ ରଥ ଉପରେ ବିଜେ କରିସାରିଛନ୍ତି।