ପୁନଃନିର୍ମାଣ ହେବ ବାହାନଗା ହାଇସ୍କୁଲ, ୨ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର
ଓଏଲ୍ ବ୍ୟୁରୋ: ବାଲେଶ୍ଵର ସ୍ତିତ ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ। ୫ଟି ଉପକ୍ରମରେ ଏହାର ପୁନଃନିର୍ମାଣ କାର୍ଯ୍ୟ କରାଯିବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ “ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି”ରୁ ୨ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ବାହାନଗା ହାଇସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଲୋକପ୍ରତିନିଧି, ସ୍କୁଲ ପରିଚାଳନା କମିଟି ତଥା ଜିଲ୍ଲାପାଳଙ୍କ ସହିତ ବିସ୍ତୃତ ଆଲୋଚନା କରି ମତାମତ ନେବା ପରେ ସ୍କୁଲର ପୁନଃନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି।
ଗତ ୨ ତାରିଖରେ ବାହାନଗା ରେଳ ଷ୍ଟେସନରେ ଭୟାବହ ରେଳ ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ବାହାନଗା ହାଇସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନେ ଉଦ୍ଧାର ଓ ସେବା କାର୍ଯ୍ୟରେ ସ୍ବତସ୍ଫୁର୍ତ୍ତ ଭାବରେ ଯୋଗ ଦେଇଥିଲେ। ସେମାନଙ୍କୁ ଉତ୍ସାହିତ କରିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ବାହାନଗା ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ସଚିବ ଭି.କେ. ପାଣ୍ଡିଆନ ମଧ୍ୟ ବାହାନଗା ହାଇସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଲୋକପ୍ରତିନିଧି, ପରିଚାଳନା କମିଟି ତଥା ଜିଲ୍ଲାପାଳଙ୍କ ସହ ଆଲୋଚନା କରି ମତାମତ ନେଇଥିଲେ।