ତାତିରେ ଲାଗିବ ବ୍ରେକ୍, ରାଜ୍ୟରେ ମୌସୁମୀ ଆଗମନ ପାଇଁ ପାଗ ଅନୁକୂଳ!
ରାଜଧାନୀରେ କିଛି ସ୍ଥାନରେ ବର୍ଷା ହେଉଥିବାବେଳେ କିଛି ସ୍ଥାନରେ କୋହଲା ପାଗ
ଓଏଲ୍ ବ୍ୟୁରୋ: ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଏଯାଏଁ ମୌସୁମୀ ଛୁଇଁପାରିନି ଓଡ଼ିଶା। ତେବେ ମୌସୁମୀ କେବେ ଓଡ଼ିଶା ଛୁଇଁବ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିନଥିବାବେଳେ ମୌସୁମୀ ଅଗ୍ରସର ପାଇଁ ପାଗ ସମ୍ପୂର୍ଣ ଅନୁକୂଳ ଥିବା ପାଣିପାଗ ବିଭାଗ ଏକ ପ୍ରକାର ସୂଚନା ଦେଇଛି। ରାଜଧାନୀରେ କିଛି ସ୍ଥାନରେ ବର୍ଷା ହେଉଥିବାବେଳେ କିଛି ସ୍ଥାନରେ କୋହଲା ପାଗ ହୋଇଛି। ଯାହାକୁ ଦେଖି ମୌସୁମୀ ଆଗମନ ହେବ ବୋଲି କୁହାଯାଉଛି।
ଅନ୍ୟପଟେ, ପୂର୍ବରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଥିଲା। ରାଜ୍ୟର କିଛି ସ୍ଥାନରେ ବର୍ଷା ସହ ଘଡଘଡି ହୋଇଥିଲା। ବର୍ଷା ପବନ ଯୋଗୁଁ ତାତିରୁ ସାମାନ୍ୟ ତ୍ରାହି ମିଳିଥିବା କୁହାଯାଉଛି। ହେଲେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ତାତିର ପରିମାଣ ଅସହ୍ୟ ରହିଛି। ମୌସୁମୀ ଆଗମନ ଡେରି ହେବାରୁ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା କୁହାଯାଉଛି।