ସମ୍ପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ
ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା
![](https://www.odishalink.com/wp-content/uploads/2019/06/monsoon-1.jpg)
ଓଏଲ୍ ବ୍ୟୁରୋ: ସମ୍ପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୧.୩ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ୮.୯ ମିମି ତୁଳନାରେ ୧୩୯ ପ୍ରତିଶତ ଅଧିକ ରେକର୍ଡ ହୋଇଛି। ସର୍ବାଧିକ ବର୍ଷା ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୫୨.୫ ମିମି ରେକର୍ଡ ହୋଇଛି ଯାହା ସର୍ବାଧିକ ବର୍ଷା ୫୯୧ % ଅଧିକ ରହିଛି।
ଆଜି ୨୩ ଜୁନ ରେ ସମ୍ପୂର୍ଣ୍ଣ ଓଡିଶା କୁ ଅଗ୍ରସର ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ
— Meteorological Centre, Bhubaneswar (@mcbbsr) June 23, 2023
ଆଗାମୀ ୪ ରୁ ୫ ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ମଧ୍ୟ ରହିଛି। ମୌସୁମୀ ଅଗ୍ରସରକୁ ଲକ୍ଷ୍ୟ ରଖି ଚାଷୀ ଭାଇମାନଙ୍କୁ ଚାଷ କାର୍ଯ୍ୟ ଆରମ୍ଭ ପାଇଁ ସୂଚନା ଜାରି କରାଯାଇଛି।
ଖବର ଅନୁସାରେ, ମୌସୁମୀ ଅଗ୍ରସର ପାଇଁ ପାଗ ସମ୍ପୂର୍ଣ ଅନୁକୂଳ ଥିବା ପାଣିପାଗ ବିଭାଗ ଏକ ପ୍ରକାର ସୂଚନା ଦେଇଥିଲା। ରାଜଧାନୀରେ କିଛି ସ୍ଥାନରେ ବର୍ଷା ହେଉଥିବାବେଳେ କିଛି ସ୍ଥାନରେ କୋହଲା ପାଗ ହୋଇଛି। ଯାହାକୁ ଦେଖି ମୌସୁମୀ ଆଗମନ ହେବ ବୋଲି କୁହାଯାଉଛି। ପ୍ରାକ ମୌସୁମୀ ପ୍ରଭାବରେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ଆଗାମୀ ଦୁଇଦିନ ମଧ୍ୟରେ ସାରା ଓଡ଼ିଶା ଅଗ୍ରସର ହେବାପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ପାଣିପାଗ ବିଭାଗ ପକ୍ଷରୁ କହାଯାଇଛି।