ଗିରଫ ହେଲେ ଅତିରିକ୍ତ ଉପଜିଲ୍ଲାପାଳ, ଚଢ଼ାଉ ବେଳେ ମିଳିଥିଲା ବିଡ଼ାବିଡ଼ା ଟଙ୍କା
କାଲି ପ୍ରଶାନ୍ତଙ୍କ ଘରୁ ନଗଦ ୩ କୋଟିରୁ ଊର୍ଦ୍ଧ୍ବ ଟଙ୍କା ମିଳିଥିଲା।

ଓଏଲ୍ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଆଉ ସରକାରୀ ଅଧିକାରୀ। ସେ ଜଣେ ପ୍ରଶାସନିିକ ଅଧିକାରୀ। ଭିଜିଲାନ୍ସ ପଞ୍ଝାରେ ପଡିଥିବା ବ୍ୟକ୍ତି ଜଣକ ହେଉଛନ୍ତି ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତ। କାଲି ପ୍ରଶାନ୍ତଙ୍କ ଘରୁ ନଗଦ ୩ କୋଟିରୁ ଊର୍ଦ୍ଧ୍ବ ଟଙ୍କା ମିଳିଥିଲା।
ସୂଚନା ଅନୁସାରେ, ଭିଜିଲାନ୍ସ ଜାଲରେ ପଡିଥିବା ନବରଙ୍ଗପୁର ଉପଜିଲ୍ଲାପାଳ ହେଉଛନ୍ତି ପ୍ରଶାନ୍ତ କୁମାର ରାଉତ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୋଇଥିଲା ଏହି ରେଡ୍। ଭଦ୍ରକରେ ନିଜ ବାସ ଭବନ ଓ ଭୁବନେଶ୍ୱର ସ୍ଥିତ କାନନ ବିହାରର ଏକ ଘରେ ରେଡ଼ ଚାଲିଥିଲା। ରେଡ ସମୟରେ ପଡ଼ୋଶୀଙ୍କ ଘରୁ ପେଟି ପେଟି ଟଙ୍କା ଜବତ ହୋଇଥିଲା। ୫୦୦ ଟଙ୍କିଆ ନୋଟ ଭର୍ତ୍ତି ପେଟି ଜବତ ହୋଇଥିଲା।