Odisha Link
Bridging the Missing Links in Odisha

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନବୀନ

କେନ୍ଦୁପତ୍ର ଉପରୁ ୧୮ ପ୍ରତିଶତ ଜିଏସଟି ଆଦାୟ ହେଉଛି।

ଓଏଲ୍‌ ବ୍ୟୁରୋ: କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନଙ୍କ ଚିଠି। ଦାବି ଦୋହରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ୟାହାର ଦାବିରେ ପୁଣି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୮ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ କର୍ମଚାରୀଙ୍କ ପାଇଁ ଅର୍ଥନୈତିକ ମେରୁଦଣ୍ଡ କେନ୍ଦୁପତ୍ର। ରାଜ୍ୟରେ ମୁଖ୍ୟତଃ ଆଦିବାସୀ ଏହି କାର୍ଯ୍ୟରେ ନିୟୋଜିତ ଥାଆନ୍ତି। ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ଜଙ୍ଗଲ ଅଧିବାସୀ ଆଇନ ୨୦୦୬ ଆଧାରରେ ଆଦିବାସୀ କେନ୍ଦୁପତ୍ର ସଂଗ୍ରହ କରିଥାନ୍ତି ବୋଲି ଚିଠିରେ ଲେଖିଛନ୍ତି ମୁଖ୍ୟମନ୍ତ୍ରୀ।

କେନ୍ଦୁପତ୍ର ଉପରୁ ୧୮ ପ୍ରତିଶତ ଜିଏସଟି ଆଦାୟ ହେଉଛି। ଏହା ସିଧାସଳଖ କେନ୍ଦୁପତ୍ର ତୋଳାଳି, କର୍ମଚାରୀ ଓ ବନ୍ଧାଳିଙ୍କ ସାମାଜିକ ସୁରକ୍ଷାକୁ ପ୍ରଭାବିତ କରୁଛି। ତେଣୁ କେନ୍ଦୁପତ୍ର ତୋଳାଳିଙ୍କ ସମୂହ ସ୍ବାର୍ଥ ପାଇଁ କେନ୍ଦୁପତ୍ର ଉପରୁ ସଂପୂର୍ଣ୍ଣ ଜିଏସଟି ଛାଡ କରିବାକୁ ଦାବି ଦୋହରାଇଛନ୍ତି ନବୀନ। ଏହାପୂର୍ବରୁ ଗତ ନଭେମ୍ବର ୨୫ତାରିଖରେ କେନ୍ଦ୍ରକୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ।

ଖବର ଅନୁସାରେ, ଗତ ମେ ୫ରେ କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ବଡ ଖୁସି ଖବର ସାମ୍ନାକୁ ଆସିଥିଲା। ସହାୟତା ରାଶି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହିତାଧିକାରୀଙ୍କୁ ମିଳିବ ୧୧୧ କୋଟି ଟଙ୍କାର ସହାୟତା ରାଶି। କେନ୍ଦୁପତ୍ର ହିତାଧିକାରୀଙ୍କୁ ୧ମ ପର୍ଯ୍ୟାୟରେ ମିଳିଥିଲା ୮୩ କୋଟିର ସହାୟତା ରାଶି। ଦ୍ୱିତୀୟ ପର୍ଯ୍ୟାୟରେ ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ।

ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳୀଙ୍କୁ ମିଳିବ ୧୦୦୦ ଟଙ୍କା ଓ ପାଣି ବୋତଲ ପାଇଁ ୨୦୦ ଓ ଚପଲ ପାଇଁ ୧୬୦ତାଙ୍କ ସହାୟତା ରାଶି। ତେବେ କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କା ସହାୟତା ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Leave A Reply

Your email address will not be published.