ପରଲୋକରେ ବରିଷ୍ଠ ସାମ୍ବାଦିକ ଜଗନମୋହନ ମହାପାତ୍ର
ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା।

ଓଏଲ୍ ବ୍ୟୁରୋ: ବରିଷ୍ଠ ସାମ୍ବାଦିକ ତଥା ଦୈନିକ ‘ସକାଳ’ର ବ୍ରହ୍ମପୁର ସଂସ୍କରଣର ମୁଖ୍ୟ ଡକ୍ଟର ଜଗନମୋହନ ମହାପାତ୍ରଙ୍କର ଆଜି ହୃଦଘାତରେ ଦେହାନ୍ତ ହୋଇଛି। ଏମ କେସିଜିରେ ସେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କର ପତ୍ନୀ ଓ କନ୍ୟା ଉପସ୍ଥିତ ଥିଲେ। ସାମ୍ବାଦିକ ଜଗନମୋହନ ମହାପାତ୍ର ଦୀର୍ଘ ୩୦ ବର୍ଷ ଧରି ପ୍ରତ୍ୟକ୍ଷ ସାମ୍ବାଦିକତା ସହ ଜଡ଼ିତ ଥିଲେ।
ଏହାଛଡ଼ା ବ୍ରହ୍ମପୁର ବିଶ୍ବବିଦ୍ୟାଳୟରେ ଭିଜିଟିଂ ଅଧ୍ୟାପକ ଭାବରେ ମଧ୍ୟ ଶିକ୍ଷାଦାନ କରୁଥିଲେ। ଗତବର୍ଷ ସ୍ବର୍ଗତ ପ୍ରଫେସର ସୁନୀଲ ବେହେରାଙ୍କ ଅଧୀନରେ ଗବେଷଣା କରି ସେ ଡକ୍ଟରେଟ ଡିଗ୍ରି ହାସଲ କରିଥିଲେ। ଜଣେ କର୍ତ୍ତବ୍ୟନିଷ୍ଠ ସାମ୍ବାଦିକ, ମେଳାପୀ, ବନ୍ଧୁବତ୍ସଳ ତଥା ପରୋପକାରୀ ଭାବରେ ବେଶ ଜଣାଶୁଣା ଡକ୍ଟର ଜଗନମୋହନ ମହାପାତ୍ରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।