Odisha Link
Bridging the Missing Links in Odisha

ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା, ଜାଣନ୍ତୁ ଏହି ଦିବସର ମହତ୍ତ୍ୱ

ବିଷ୍ଣୁଙ୍କ ଅବତାର ବ୍ୟାସଦେବଙ୍କ ଜନ୍ମଦିବସକୁ ବ୍ୟାସ ପୂର୍ଣ୍ଣିମା ବା ଗୁରୁ ପୂର୍ଣ୍ଣିମା ରୂପେ ପାଳନ କରାଯାଏ

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା। ଗୁରୁ ପୂର୍ଣ୍ଣିମା ଦିନ ଭଗବାନ ବିଷ୍ଣୁଙ୍କୁ ପୂଜା କରାଯାଏ। ବିଷ୍ଣୁଙ୍କ ଅବତାର ବ୍ୟାସଦେବଙ୍କ ଜନ୍ମଦିବସକୁ ବ୍ୟାସ ପୂର୍ଣ୍ଣିମା ବା ଗୁରୁ ପୂର୍ଣ୍ଣିମା ରୂପେ ପାଳନ କରାଯାଏ। ଋଷି ପରାଶରଙ୍କ ଔରସରେ ମତ୍ସ୍ୟଗନ୍ଧା (ସତ୍ୟବତୀ)ଙ୍କ ଗର୍ଭରୁ ଆଷାଢ଼ ପୂର୍ଣ୍ଣିମା ଦିନ ମହର୍ଷି ବ୍ୟାସଦେବ ଗଙ୍ଗାନଦୀ ଗର୍ଭସ୍ଥ କୃଷ୍ଣଦ୍ୱୀପରେ ଜନ୍ମ ଗ୍ରହଣ କରିଥିଲେ। ବ୍ୟାସଦେବଙ୍କ ଔରସରେ ଶୁକଦେବ ଜନ୍ମ ହୋଇଥିଲେ। ଏହାଙ୍କ ମାତା ସତ୍ୟବତୀଙ୍କ ସଙ୍ଗେ ଶାନ୍ତନୁଙ୍କର ବିବାହ ହୋଇଥିଲା।

ଶାନ୍ତନୁ ଓ ସତ୍ୟବତୀଙ୍କ ପୁତ୍ର ବିଚିତ୍ରବିର୍ଯ୍ୟ ନିଃସନ୍ତାନ ମୃତ ହେବାରୁ ସତ୍ୟବତୀଙ୍କ ଆଦେଶ ଅନୁସାରେ ଏ ବିଚିତ୍ରବିର୍ଯ୍ୟଙ୍କ ଦୁଇ ବିଧବାପତ୍ନୀ ଅମ୍ବିକା ଓ ଅମ୍ବାଳିକାଙ୍କ ସଙ୍ଗେ ନିୟୋଗ ବିଧି ଅନୁସାରେ ସହବାସ କଲେ ଓ ସେମାନଙ୍କ ଗର୍ଭରୁ ଧୃତରାଷ୍ଟ୍ର ଓ ପାଣ୍ଡୁଙ୍କ ଜନ୍ମ ହେଲା। ଏହାଙ୍କ ଔରସରେ ବିଚିତ୍ରବିର୍ଯ୍ୟଙ୍କ ଦାସୀଗର୍ଭରେ ବିଦୁର ଜନ୍ମଗ୍ରହଣ କରିଥିଲେ। ବିଷ୍ଣୁଙ୍କ ଅବତାର ବ୍ୟାସଦେବଙ୍କ ଜନ୍ମଦିବସକୁ ବ୍ୟାସ ପୂର୍ଣ୍ଣିମା ବା ଗୁରୁ ପୂର୍ଣ୍ଣିମା ରୂପେ ପାଳନ କରାଯାଏ।

Leave A Reply

Your email address will not be published.