ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଅନିୟମିତତା ରୋକିବାକୁ ୧୫ଟି ସ୍କ୍ବାଡ୍ ଗଠନ
ଦୁଇଟି ଯାକ ପରୀକ୍ଷାରେ ପ୍ରାୟ ୧୦ ହଜାର ପରୀକ୍ଷାର୍ଥୀ ଅଛନ୍ତି।

ଓଏଲ୍ ବ୍ୟୁରୋ: ଆରମ୍ଭ ହେଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଆଜିଠାରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ସହ ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ ପରୀକ୍ଷା ମଧ୍ୟ ଆରମ୍ଭ ହୋଇଛି। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳନା କରୁଥିବା ଏହି ପରୀକ୍ଷା ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଦୁଇଟି ଯାକ ପରୀକ୍ଷାରେ ପ୍ରାୟ ୧୦ ହଜାର ପରୀକ୍ଷାର୍ଥୀ ଅଛନ୍ତି। ଏଭିତରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷାର୍ଥୀଙ୍କ ସଂଖ୍ୟା ମାତ୍ର ୧୧ଶହ।
ମାଟ୍ରିକ୍ ସପ୍ଲିମେଣ୍ଟାରୀ ଏବଂ ଷ୍ଟେଟ୍ ଓପନ୍ ସ୍କୁଲ୍ ସାର୍ଟିଫିକେଟ୍ ପରୀକ୍ଷା ପାଇଁ ୩୦ ଜିଲ୍ଲାରେ ୮୦ଟି ସେଣ୍ଟର କରାଯାଇଛି। ପରୀକ୍ଷା ପରିଚାଳନାରେ ଅନିୟମିତତା ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ ୧୫ଟି ସ୍କ୍ବାଡ୍ ଗଠନ କରିଛି। ସେହିପରି ଜିଲ୍ଲା ସ୍ତରରେ ଡିଇଓ ମାନେ ପୃଥକ ସ୍କ୍ବାଡ୍ ଗଠନ କରିଛନ୍ତି। ତେବେ ମାଟ୍ରିକ ପରୀକ୍ଷାରେ ଗୋଟେ ପେପରରେ ଫେଲ ହୋଇଥିବା ଛାତ୍ରଛାତ୍ରୀ ଚଳିତ ବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଉଛନ୍ତି।