Odisha Link
Bridging the Missing Links in Odisha

ରାଜ୍ୟରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷାର ଆଶଙ୍କା

ଆଜି ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା

ଓଏଲ୍‌ ବ୍ୟୁରୋ: ଆଜିଠୁ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି। ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡଘଡ଼ି ସହ ବର୍ଷା ଲାଗିରହିଥିବାରୁ ଏଭଳି ଆଶଙ୍କା କରାଯାଉଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ବିସ୍ତୃତି ବର୍ଷା ଅନୁଭୂତ ହୋଇଛି। ଅଧିକାଂଶ ସ୍ଥାନରେ ହାଲୁକା ମଧ୍ୟମ ଧରଣର ବର୍ଷା ଅନୁଭୂତ ହୋଇଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ମଧ୍ୟ ରହିଛି।

ସୂଚନା ଅନୁସାରେ, ଦେବଗଡ ଜିଲ୍ଲାର ବାରକୋଟ ଠାରେ ସର୍ବାଧିକ ୧୨୭.୬ ମିମି ରେକର୍ଡ କରାଯାଇଛି। ସୁନ୍ଦରଗଡ ଜିଲ୍ଲାର ଗୁରୁଣ୍ଡିଆ ଠାରେ ୧୦୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ରାୟଗଡାର ଗୁଣପୁର ଠାରେ ୮୭.୪ ମିମି ବର୍ଷା ରେକର୍ଡ ହୋଇଛି। ଘୁର୍ଣ୍ଣିବଳୟ ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ଆକଳନ କରିଛି।

Leave A Reply

Your email address will not be published.