ମେଘାଚ୍ଛନ୍ନ ଆକାଶ, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ!
ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଉ ଏକେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଓଏଲ୍ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋହଲା ପାଗ ସହ ମେଘାଚ୍ଛନ୍ନ ଆକାଶ ଦେଖିବାକୁ ମିଳିଛି। ପଶ୍ଚିମ କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଉ ଏକେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ !!
ପଶ୍ଚିମ କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳର ବାୟୁମଣ୍ଡଳରେ, ସମୁଦ୍ର ପତ୍ତନ ଠାରୁ ୫.୮ ରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ; ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ #ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି pic.twitter.com/DzgePwwSx8— Meteorological Centre, Bhubaneswar (@mcbbsr) July 24, 2023
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୫ରୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି।