Odisha Link
Bridging the Missing Links in Odisha

ଆହୁରି ଘନୀଭୂତ ହେବ ଲଘୁଚାପ! ଆସନ୍ତାକାଲିଠୁ ପ୍ରବଳ ବର୍ଷାର ଆଶଙ୍କା

ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।

ଓଏଲ୍ ବ୍ୟୁରୋ: ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋହଲା ପାଗ ସହ ମେଘାଚ୍ଛନ୍ନ ଆକାଶ ଦେଖିବାକୁ ମିଳିଛି। ଗତକାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।

ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଆସନ୍ତା ୨୬ରେ ଚଳିତ ମୌସୁମୀ ଋତୁର ପ୍ରଥମ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave A Reply

Your email address will not be published.