Odisha Link
Bridging the Missing Links in Odisha

ସମ୍ବଲପୁର ଜିଲ୍ଲାପାଳଙ୍କ ନିର୍ଦ୍ଦେଶ: ହେଡ୍‌କ୍ୱାର୍ଟର୍ସରେ ଉପସ୍ଥିତ ରହିବେ ସରକାରୀ ଅଧିକାରୀ

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ପ୍ରବଳ ବର୍ଷା କାରଣରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ତିତି ସୃଷ୍ଟି ହୋଇଛି। ଲଗାଣ ବର୍ଷା ଓ ବନ୍ୟା ସ୍ଥିତି ପାଇଁ ସବୁ ସରକାରୀ ଅଧିକାରୀଙ୍କୁ ହେଡ୍‌କ୍ୱାର୍ଟରରେ ଉପସ୍ଥିତ ରହିବାକୁ ସମ୍ବଲପୁର ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି।

ଅନ୍ୟପଟେ, ପ୍ରବଳ ବର୍ଷା ଯୋଗୁଁ ଆଜି ୧୦ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। କେନ୍ଦୁଝର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁରରେ ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷାକୁ ନଜରରେ ରଖି ସମସ୍ତ ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.