Odisha Link
Bridging the Missing Links in Odisha

ଆଜି ଓଡ଼ିଶା ଆସୁଛନ୍ତି ଅମିତ ଶାହ

ଓଏଲ୍‌ ବ୍ୟୁରୋ: ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନରେ କେନ୍ଦ୍ର ଗୃହମନ୍ତ୍ରୀ ଆଜି ରାତି ୧୦ଟା ୪୫ରେ ଭୁବନେଶ୍ୱରରେ ପହଞ୍ଚିବେ। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସିବେ। ଶନିବାର ଶାହଙ୍କର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ରହିଛି। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଗୋଟିଏ ମଞ୍ଚରେ ଦେଖିବାକୁ ମିଳିବ ବୋଲି ସୂଚନା ରହିଛି।

ସୂଚନା ଅନୁସାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଦିନ ୧୧ଟାରେ ଲୋକସେବା ଭବନରେ ଭର୍ଚୁଆଲ ମାଧ୍ୟମରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଉଦ୍ଘାଟନ କାର୍ଯ୍ୟକ୍ରମରେ ଯୋଗଦେବେ। ସୁକିନ୍ଦା-କାମାକ୍ଷାନଗର ଓ ଚଣ୍ଡିଖୋଲ-ଭଦ୍ରକ ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ ହେବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଜାତୀୟ ରାଜପଥ ଅଧିକାରୀମାନେ ଯୋଗଦେବେ।

Leave A Reply

Your email address will not be published.