Odisha Link
Bridging the Missing Links in Odisha

ରାଜ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ! ଆସନ୍ତା ୧୮ରେ ଲଘୁଚାପ ସମ୍ଭାବନା

ଓଏଲ୍‌ ବ୍ୟୁରୋ: କିଛି ଦିନର ବ୍ୟବଧାନ ପରେ ପୁଣି ରାଜ୍ୟରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷାର ଆଶଙ୍କା କରାଯାଉଛି। ଆସନ୍ତା ୧୮ ତାରିଖ ବେଳକୁ ଲଘୁଚାପ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଉତର-ପୂର୍ବ ତତ-ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ ରୁ ୭.୬କିମି ଉଚ୍ଚତା ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।

ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଅଞ୍ଚଳର ୧୮ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ରହିଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି।

Leave A Reply

Your email address will not be published.